ଯୋହନ 19

ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!

John 19:14 (UKJV) And it was the preparation of the passover, and about the sixth hour: and he says unto the Jews, Behold your King!

12ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।

13ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍‍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ।

14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!

15ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।

16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.