ଯୋହନ 19

ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‌ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।

John 19:17 (UKJV) And he bearing his cross went forth into a place called the place of a skull, which is called in the Hebrew Golgotha:

15ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।

16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।

17ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‌ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।

18ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।

19ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.