ଯୋହନ 19

ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;

John 19:2 (UKJV) And the soldiers intertwined a crown of thorns, and put it on his head, and they put on him a purple robe,

1ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।

2ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;

3ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।

4ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.