ଯୋହନ 19

ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା।

John 19:20 (UKJV) This title then read many of the Jews: for the place where Jesus was crucified was nigh to the city: and it was written in Hebrew, and Greek, and Latin.

18ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।

19ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।

20ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା।

21ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।

22ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.