ଯୋହନ 19

ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”

John 19:26 (UKJV) When Jesus therefore saw his mother, and the disciple standing by, whom he loved, he says unto his mother, Woman, behold your son!

24ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, “ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ।” ତେଣୁ ସୈନ୍ୟମାନେ ଏହାସବୁ କଲେ।

25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।

26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”

27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।

28ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.