25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ।
26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”
27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
28ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
29ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।