ଯୋହନ 19

ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।

John 19:32 (UKJV) Then came the soldiers, and brake the legs of the first, and of the other which was crucified with him.

30ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।

31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।

32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।

33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,

34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.