31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
35ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।