32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
35ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
36କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।