37ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
38ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
39ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।
40ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।
41ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।