5ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
6ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।
7ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି
8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।