ଯୋହନ 19

ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।

John 19:9 (UKJV) And went again into the judgment hall, and says unto Jesus, Whence are you? But Jesus gave him no answer.

7ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି

8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;

9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।

10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?

11ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.