16ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”
17ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
18ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
20ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?