ଯୋହନ 2

ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।

John 2:2 (UKJV) And both Jesus was called, and his disciples, to the marriage.

1ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;

2ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।

3ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।

4ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.