19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
20ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
21କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।
22ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
23ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,