ଯୋହନ 2

ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,

John 2:23 (UKJV) Now when he was in Jerusalem at the passover, in the feast day, many believed in his name, when they saw the miracles which he did.

21କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।

22ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।

23ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,

24କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣିଥିଲେ,

25ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.