2ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।
3ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
4ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
5ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।
6ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।