6ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
7ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।
8ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।
9ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
10ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।