ଯୋହନ 20

ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।

John 20:1 (UKJV) The first day of the week comes Mary Magdalene early, when it was yet dark, unto the tomb, and sees the stone taken away from the tomb.

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।

2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।

3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.