ଯୋହନ 20

ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”

John 20:17 (UKJV) Jesus says unto her, Touch me not; for I am not yet ascended to my Father: but go to my brethren, and say unto them, I ascend unto my Father, and your Father; and to my God, and your God.

15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।

16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ।

17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”

18ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.