1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ।
2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ।
4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,