8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।
9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।”
11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।