ଯୋହନ 21

ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”

John 21:22 (UKJV) Jesus says unto him, If I will that he tarry till I come, what is that to you? follow you me.

20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।

21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ?

22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”

23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ।

24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.