21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ?
22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”
23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ।
24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।