1ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ।
4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।
5ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।