6ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।
7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।
9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।”