8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
9ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?
10ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
12ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?