ଯୋହନ 3

ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”

John 3:15 (UKJV) That whosoever believes in him should not perish, but have eternal life.

13ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।

14ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,

15ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”

16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।

17ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.