1ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।
2ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।
3ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”
4ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?