19ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
20କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
21କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
22ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
23ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।