21କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
22ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୂଦିୟା ପ୍ରଦେଶକୁ ଗଲେ, ଆଉ ସେ ସେହି ସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ ଦେବାକୁ ଲାଗିଲେ।
23ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।
24ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।
25ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।