24ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ।
25ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।
26ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
27ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
28ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।