27ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।
28ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
29ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
30ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।
31ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।