31ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।
32ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
33ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।
34କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।
35ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।