ଯୋହନ 3

କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।

John 3:34 (UKJV) For he whom God has sent speaks the words of God: for God gives not the Spirit by measure unto him.

32ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।

33ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।

34କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।

35ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।

36ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.