5ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
6ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
7‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
9ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?