7‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
9ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?
10ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।