ଯୋହନ 4

ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?

John 4:11 (UKJV) The woman says unto him, Sir, you have nothing to draw with, and the well is deep: from whence then have you that living water?

9ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।

10ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”

11ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?

12ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?

13ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.