11ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
12ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
13ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”
15ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ।