ଯୋହନ 4

କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।”

John 4:18 (UKJV) For you have had five husbands; and he whom you now have is not your husband: in that said you truly.

16ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।”

17ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋହର ସ୍ୱାମୀ ନାହିଁ। ଯୀଶୁ ତାହାଙ୍କୁ କହିଲେ, “ମୋହର ସ୍ୱାମୀ ନାହିଁ, ଏହା ତ ଠିକ୍ କହିଲ;

18କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।”

19ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି।

20ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.