27ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।
28ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
30ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
31ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।