ଯୋହନ 4

ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।

John 4:3 (UKJV) He left Judaea, and departed again into Galilee.

1ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି

2(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,

3ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।

4କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।

5ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.