29ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
30ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
31ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।
32କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”
33ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?