32କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”
33ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?
34ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
35ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି।
36ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।