ଯୋହନ 4

ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।

John 4:39 (UKJV) And many of the Samaritans of that city believed on him for the saying of the woman, which testified, He told me all that ever I did.

37କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।

38ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।”

39ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।

40ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।

41ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.