ଯୋହନ 4

ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।

John 4:41 (UKJV) And many more believed because of his own word;

39ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।

40ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।

41ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।

42ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।

43ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.