41ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।
42ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।
43ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।
44କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।
45ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।