43ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।
44କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।
45ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।
46ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।
47ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା।