ଯୋହନ 4

ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।

John 4:49 (UKJV) The nobleman says unto him, Sir, come down before my child die.

47ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା।

48ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”

49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।

50ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।

51ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.