48ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”
49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
50ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।
51ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।
52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।